ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ କହରାପୋଖରୀ ସ୍ଥିତ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଠାରେ ଯୁଵ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ବାବଦରେ ବିସ୍ତୃତ ଆଲୋଚନା କରିଥିଲେ। ବିଶେଷ କରି ଯୁବକ ମାନେ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ବିଧାୟକ ଉପସ୍ଥିତ ଥିବା ବିଦ୍ୟାର୍ଥୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ, ଉପାଧ୍ୟକ୍ଷ ପ୍ରଣିତକାନ୍ତି ସାମଲ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ,ଯୁବ ନେତା ଲଳିତ କୁମାର ରାଉତ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ କୁ ପ୍ରତିଷ୍ଠାନର ପ୍ରଶିକ୍ଷକ ମାନେ ପରିଚାଳନା କରିଥିଲେ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ