ନବ ନିଯୁକ୍ତ ଜିଲ୍ଲା ସଭାପତିଙ୍କୁ ଜିଲ୍ଲା ବିଜେପିର ସମ୍ବର୍ଦ୍ଧନା

ବାଲେଶ୍ୱର, (ସରୋଜ ପଣ୍ଡା):ଭାରତୀୟ ଜନତା ପାର୍ଟିର ନବ ନିଯୁକ୍ତ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଇଶ୍ଵର ଚନ୍ଦ୍ର ବେହେରାଙ୍କୁ ଆଜି ପ୍ରାକ୍ତନ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ରଙ୍କ ନେତୃତ୍ବରେ ଜିଲ୍ଲା ପକ୍ଷରୁ ଏକ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଶୋଭାଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଦିବା ୧୧ଟା ସମୟରେ ସ୍ଥାନୀୟ ମିଶନ୍ ପଡ଼ିଆରୁ ଏକ ବିଶାଳ ମୋଟର ସାଇକେଲ ଶୋଭାଯାତ୍ରାରେ ନବ ନିଯୁକ୍ତ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଇଶ୍ଵର ଚନ୍ଦ୍ର ବେହେରାଙ୍କୁ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ରେମୁଣା ବିଧାୟକ ତଥା ଶାସକ ଦଳର ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ନିଳଗିରି ବିଧାୟକ ସନ୍ତୋଷ ଖଟୁଆ, ସଦର ବିଧାୟକ ମାନସ କୁମାର ଦତ୍ତ, ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଖାନନଗର ସ୍ଥିତ ଜିଲ୍ଲା ମୁଖ୍ଯକାର୍ଯ୍ୟାଳୟକୁ ନେଇଥିଲେ। ଏହା ପରେ ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା ମଞ୍ଚ ଆହ୍ବାନ କରିଥିବା ବେଳେ ପ୍ରାକ୍ତନ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ସଭାପତିତ୍ବ କରିଥିଲେ। ଅତିଥି ପରିଚୟ, ପ୍ରଦୀପ ପ୍ରଜ୍ବଳନ ଓ ସାମୁହିକ ବନ୍ଦେ ମାତରଂ ଗାନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ସଭାରେ ବକ୍ତା ଭାବରେ ନିଳଗିରି ବିଧାୟକ ସନ୍ତୋଷ ଖଟୁଆ, ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ପୁର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ, ପୁର୍ବତନ ଜିଲ୍ଲା ସଭାପତି ଲମ୍ବୋଦର ନାୟକ, ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୋଭନା ମହାନ୍ତି, ବାଲେଶ୍ଵର ଜିଲାର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ମୟୁରଭଞ୍ଜ ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲା ସଭାପତି ନିହାର ମୋଦି ଓ ସହଅଧିକାରୀ ଶୁଭଙ୍କର ମହାପାତ୍ର, ରାଜ୍ୟ ପ୍ରବକ୍ତା ଠାକୁର ରଣଜିତ ଦାସ ନୂତନ ସଭାପତିଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ ଓ ତାଙ୍କ ସାଂଗଠନିକ ଅଭିଜ୍ଞତା ବିଷୟରେ ଆଲୋକପାତ କରିଥିଲେ। ଶେଷରେ ନୂତନ ସଭାପତି ତାଙ୍କର ବ୍ୟକ୍ତବ୍ଯରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏହାପରେ ବିଧାନସଭା ସ୍ଥରରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଜିଲ୍ଲାର ସମସ୍ତ ମୋର୍ଚ୍ଚା, ସେଲ୍ ଓ ବରିଷ୍ଠ ନେତୃତ୍ୱ ନୂତନ ସଭାପତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସର୍ବଶେଷରେ ଅନ୍ୟତମ ନିର୍ବାଚନ ସହଅଧିକିରୀ ଆଶିଷ ଘୋଷ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ