ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ

ଭୁବନେଶ୍ୱର : ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି।ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖକୁ ମନୋନୟନ ପତ୍ର ଦାଖଲର   ଶେ​ଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି।​‌ ଅକ୍ଟୋବର ୧୭ରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ ଏବଂ ୧୯ ତାରିଖକୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଦିନ ଧାର୍ଯ୍ୟ କରାଯାଇଛି।ନଭେମ୍ବର ୩ରେ ମତଦାନ​‌ ଓ ୧୦ରେ ଭୋଟ ଗଣତି ପାଇଁ ନିର୍ବାଚନ କମିଶନରଙ୍କ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ