ନାଉଗାଁ ପଂଚାୟତ ସମିତି ବୈଠକ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ନାଉଗାଁ ପଂଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ୧୫ତମ ପଂଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ପଂଚାୟତ ସମିତି ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସଂର୍ପକରେ ଆଲୋକପାତ କରିବା ସହିତ ଉପସ୍ଥିତ ପଂଚାୟତ ପ୍ରତିନିଧିମାନଙ୍କର କାର୍ଯ୍ୟକାଳ ଶେଷ ହୋଇଆସୁଥିଲେ ମଧ୍ୟ ସେମାନେ କୌଣସି ପଦ ପଦବୀରେ ନ ରହି ଜନସାଧାରଣଙ୍କର ସେବା କରିପାରିବେ ବୋଲି ବିଧାୟକ ମତବ୍ୟକ୍ତ କରିଥିଲେ । ବିଧାୟକଙ୍କ ସହିତ ଜିଲ୍ଲା ପରିଷଦ ସଭ୍ୟ ସୁବଳ ବେହେରା, ବିଡିଓ ରଶ୍ମିରେଖା ମଲ୍ଲିକ, ତହସିଲଦାର ଜେ.କଳ୍ପନା, ଆତ୍ମା କମିଟିର ଅଧ୍ୟକ୍ଷ ବସନ୍ତ ପାଢୀ, ସାଂସଦ ପ୍ରତିନିଧି ଅଜୟ ମହାନ୍ତି, ପଂଚାୟତ ସମିତି ଉପାଧ୍ୟକ୍ଷ ମାମିନା ଦଳାଇ, ଜିପିଇଓ ଦିନେଶ ରାୟ, ସହାୟକ ଯନ୍ତ୍ରୀ କୈଳାଶ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ ଓ ପଂଚାୟତର ସରପଂଚ ଓ ସମିତି ସଭ୍ୟ ଓ ସଭ୍ୟାମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ