ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲା ଅଭିଯୁକ୍ତକୁ ୩ ବର୍ଷ ଜେଲ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ସୁଧାକର ପୃଷ୍ଠିଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୧ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ । ଘଟଣା ଅନୁସାରେ ଗତ ୨୪.୧୦. ୨୦୨୦ ତାରିଖ ଦିନ ନାବାଳିକା ଜଣକ ଫୁଲ ତୋଳିବାକୁ ଗାଁ ସ୍କୁଲକୁ ଯାଉଥିବା ବେଳେ ବରଡିକିଆ ଗ୍ରାମର ସୁଧାକର ୯ ବର୍ଷର ନାବାଳିକା କୁ ଦୁଷ୍କର୍ମ ଉଦ୍ୟମ କରିଥିଲା। ପରେ ନାବାଳିକାର ପରିବାର ଚକାପାଦ ଥାନାରେ ଏତଲା ଦେଇଥିଲେ । ପୁଲିସ ଏ ସଂକ୍ରାନ୍ତରେ ୫୬/୨୦ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ସୁଧାକରକୁ ଗିରଫ କରି ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା। ସେହି ମାମଲାରର ବିଚାରଣ କରି ବିଚାରପତି ଉପୋରୋକ୍ତ ରାୟ ଶୁଣାଇଛନ୍ତି । ଏଥି ସହିତ ଏହି ମାମଲାରେ ପୀଡିତାର ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୧ ଲକ୍ଷ ୫୦ହଜାର ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ