ନାବାଳିକାଙ୍କ ବାଲ୍ୟବିବାହ ବନ୍ଦ କଲା ଜିଲ୍ଲା ପ୍ରଶାସନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :ଗଜପତି ଜିଲ୍ଲା କାଶୀନଗର ବ୍ଲକର ବଡଖିଙ୍ଗା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଜଣେ ନାବାଳିକାଙ୍କ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ୱସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ କନକଲତା ପୂଜାରୀ ଜାଣିବାକୁ ପାଇଥିଲେ । ଶ୍ରମତୀ ପୂଜାରୀ ଖବର ପାଇ ବାଲ୍ୟ ବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ । ଏହାପରେ ବାଲ୍ୟ ବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା । ଉକ୍ତ ଟିମ୍‌ରେ ଆଇସିଡିଏସ୍ ସିଡିପିଓ କନକଲତା ପୂଜାରୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ପରାମର୍ଶଦାତା ଡି.ମଲ୍ଲିକ, ସଖୀ ୱାନ୍‌ଷ୍ଟପ ସେଣ୍ଟରର ପରାମର୍ଶ ଦାତ୍ରୀ ସୁମତି ପରିଛା, ଏକ୍ସନ ଏଇଡର ଜିଲ୍ଲା ପ୍ରତିନିଧି ବିକାଶ କୁମାର ମେହେର ଏବଂ ଚାଇଲ୍ଡଲାଇନର ସଦସ୍ୟ ଏ.ମୀନାକ୍ଷୀ, ପୁଲିସ ଅଧିକାରୀ ଜୟପ୍ରକାଶ ପୁତୁଲିକି ପ୍ରମୁଖ ଉକ୍ତ ଗ୍ରାମକୁ ଯାଇ ହେବାକୁ ଥିବା ବାଲ୍ୟ ବିବାହକୁ ସ୍ଥଗିତ କରିଥିଲେ । ଏହାପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପ୍ତର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବାଲ୍ୟ ବିବାହର କୁପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା । ଗ୍ରାମବାସୀଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ପୂରଣ ନହେବା ଯାଏ ବିବାହ ଦେବେ ନାହିଁ ଏବଂ ଯିଦି ଏଥିରେ ତ୍ରଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବା ବୋଲି ଲିଖିତ ଆକାରରେ ଜଣାଇଛନ୍ତି । ଟାସ୍କଫୋର୍ସ ଦ୍ୱାରା ଝିଅକୁ ଉଦ୍ଧାର କରାଯାଇ ଶିଶୁ ମଙ୍ଗଳ ସମିତି ନିକଟରେ ଉପସ୍ଥିତ କରାଯିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ୱରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣକରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ