ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ୪ ପ୍ରାର୍ଥୀ
ବାଲେଶ୍ୱର,(ଯୁଗାବ୍ଦ ନ୍ୟୁଜ): ଜିଲ୍ଲାରେ ସମ୍ପ୍ରତି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଥିବା ବେଳେ ଆଜି ତୃତୀୟ ଦିନରେ ୪ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ୪୦-ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସନ୍ତୋଷ ଖଟୁଆ ଏବଂ ଶୁଭାଶିଷ ଦାସ ମହାପାତ୍ର, ୪୧-ସୋର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଶୁରାମ ଧଡା ଏବଂ ୪୨-ସିମୁଳିଆ ନିର୍ବାଚନ ମଣ୍ଡଳୀ ପାଇଁ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆଜି ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଜିଲ୍ଲାର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ ଜଣ ପ୍ରାର୍ଥୀ ଆଜି ସୁଦ୍ଧା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ୬ ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଆଜି ସୁଦ୍ଧା ଜଣେ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଗତ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟେକ ସରକାରୀ କାର୍ଯ୍ୟ ଦିବସରେ ପୂର୍ବାହ୍ନ ୧୧ ଘଟିକାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ବୋଲି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।