ନାମାଙ୍କନ ପତ୍ର ଦାଖଲର ପଂଚମ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ତିନି ପ୍ରାର୍ଥୀ
ବାଲେଶ୍ୱର : ନାମାଙ୍କନ ପତ୍ର ଦାଖଲର ପଂଚମ ଦିନରେ ଆଜି ତିନି ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ୩୫-ଜଳେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶ୍ରୀ କାର୍ତିକ ଚନ୍ଦ୍ର ଘୋଷ ଏବଂ ଶ୍ରୀ ଜୟନାରାୟଣ ମହାନ୍ତି ତଥା ୩୮-ବାଲେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶ୍ରୀ ପ୍ରକାଶ ଲେଙ୍କା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏଥି ସହିତ ଆଜି ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୧୧ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଜଣେ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆସନ୍ତା ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ଏହି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ ।


