ନାଳରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦୁତିମେଣ୍ଡି ଗ୍ରାମ ପଞ୍ଚାୟତର ସମରଡେଗାରେ ଥିବା ଏକ ନାଳରୁ ଗୁରୁବାର ଜଣେ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର କରାଯାଇଛି । ଉକ୍ତ ନାଳରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠେଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକର ପରିଚୟ ମିଳିପାରି ନାହିଁ । ଏ ନେଇ ଖଜୁରୀପଡ଼ା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି।


