ନିଜ ଘରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର କାଶୀନଗର ବ୍ଲକ କେ.ସୀତାପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ସୁଚନା ମିଳିଛି । ଏହି ଗ୍ରାମର ସୁନୀଲ ନାୟକ(୨୦) ତାଙ୍କ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇ କାଶୀନଗର ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ସରକାରୀ ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି । ଘଟଣା ନେଇ କାଶୀନଗର ଥାନାରେ କେସ ନଂ ୬/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଥାନା ଆଇଆଇସି ସୁଶାନ୍ତ କୁମାର ସାହୁ ଜଣାଇଛନ୍ତି ।