ନିଜ ଦରମାରୁ ବୃଦ୍ଧବୃଦ୍ଧାଙ୍କୁ ଭତ୍ତା ଦେଲେ ବିଧାୟକ
ବନ୍ତ, (ଚାନ୍ଦିନୀ ମହାନ୍ତି):ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ନିଜ ଦରମାରୁ ବନ୍ତ ବ୍ଲକର ୨୦ ଜଣ ବୃଦ୍ଧବୃଦ୍ଧାଙ୍କୁ ଭତ୍ତା ପ୍ରଦାନ କରିଥିବା ଜଣାଯାଇଛି । ବିଧାୟକଙ୍କ ପ୍ରତିନିଧି ତଥା ରାଜ୍ୟ ବିଜେଡି ସଂପାଦକ ଇଂ.ପ୍ରୟାସକାନ୍ତି ସାମଲ ବ୍ଲକ କାର୍ଯ୍ୟାଳୟରେ ଏହି ଭତ୍ତା ପ୍ରଦାନ କରିଥିଲେ । ଭତ୍ତା ପ୍ରଦାନ ବେଳେ ଜିଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ବିଡିଓ ପ୍ରଦୀପ କୁମାର ସେଠୀ, ବନ୍ତ ସମିତି ସଭ୍ୟ ପରମେଶ୍ୱର ବାରିକଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ ।