ନିମଖଣ୍ଡିପେଣ୍ଠ ହାଇସ୍କୁଲ ର ବାର୍ଷିକୋତ୍ସବ ନାଟକ “ବାଲ୍ୟବିବାହ” ମଞ୍ଚସ୍ଥ

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ହାଇସ୍କୁଲ ର ବାର୍ଷିକୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ପ୍ରଧାନଶିକ୍ଷକ ରାଜେନ୍ଦ୍ର କୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟଅତିଥି,ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସମ୍ବଳ କେନ୍ଦ୍ର ସଂଯୋଜକ ବାଳା ମାଝୀ ମୁଖ୍ୟବକ୍ତା,ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ଼,ସରପଞ୍ଚ ସସ୍ମିତା ରାଣୀ ଗୌଡ଼, ପଙ୍କଳବାଡ଼ି ଗ୍ରାମ ହାଇସ୍କୁଲ ପ୍ରଧାନଶିକ୍ଷକ ଲକ୍ଷ୍ମୀନାରାୟଣ ରଥ,ଭୀଷ୍ମଗିରି ହାଇସ୍କୁଲ ପ୍ରଧାନଶିକ୍ଷକ ମନୋଜ କୁମାର ନାୟକ,ହାଇସ୍କୁଲ ପରିଚାଳନା ସମିତି ଅଧ୍ୟକ୍ଷ ରମେଶ ଚନ୍ଦ୍ର କର, ଉପାଧକ୍ଷା ରାଜେଶ୍ୱରୀ ପାଣିଗ୍ରାହୀ,ସାମାଜିକ କର୍ମୀ ଲକ୍ଷ୍ମୀନାରାୟଣ ପୂଜାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ।ସହକାରୀଶିକ୍ଷକ ଶିବଶଙ୍କର ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ଛାତ୍ରୀ ଛାତ୍ର ମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ।ଶେଷରେ ଛାତ୍ରୀ ଛାତ୍ର ମାନଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ” ବାଲ୍ୟ ବିବାହ” ନିଷେଧ ସମ୍ପର୍କିତ ନାଟକ ପରିବେଷଣ କରାଯାଇଥିଲା।ହାଇସ୍କୁଲ ର ଶିକ୍ଷୟତ୍ରୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ