ନିର୍ବାଚିତ ପ୍ରତିନିଧିଙ୍କ ବିଭିନ୍ନ ସମସ୍ୟା ନେଇ ଆଲୋଚନା କଲେ ଜିଲ୍ଲାପାଳ ଓ ପିଡି
ହିଞ୍ଜିଳିକାଟୁ, (ଶେଷଦେବ ସାହୁ) :-ହିଞ୍ଜିଳିକାଟୁ ବ୍ଳକ କାର୍ଯ୍ୟାଳୟ ସଭାକକ୍ଷ ପ୍ରକୋଷ୍ଠରେ ଵୁଧବାର ହିଞ୍ଜିଳିକାଟୁ ପୈାର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲାଇଙ୍କ ତତ୍ତ୍ଵାବଧାନରେ ନିର୍ବାଚିତ ଉପାଧ୍ୟକ୍ଷା ଓ କାଉନସିଲର ମାନଙ୍କୂ ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ ଯୋଗ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ହିଞ୍ଜିଳିକାଟୁ ପୌର ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ ଓ ଉପାଧ୍ୟକ୍ଷ ସୁଚିତ୍ରା ପଣ୍ଡା ମଞ୍ଚାସିନ ଥିଲେ । ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ରାସ୍ତା, ଗମନାଗମନ ବ୍ୟବସ୍ଥା ସହ ନିର୍ମାଣଧିନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ବନ୍ଧରେ ଆଲୋକପାତ କରାଯାଇଥିଲା । ଉନ୍ନୟନ ପ୍ରକଳ୍ପର ତଦାରଖ ପାଇଁ ଏକ କମିଟି ଓ ଗୋଟିଏ ପେନାଲ ଗଠନ କରାଯାଇଥିଲା । ମୁଖ୍ୟ ଅତିଥି ସମସ୍ତ ନଵ ନିର୍ବାଚିତ ଜନ ପ୍ରତିନିଧି ମାନଙ୍କୁ ସରକାରଙ୍କ ସମସ୍ତ ଜନହିତକର ଯୋଜନା ଓ ବ୍ୟବସ୍ଥା ଉପରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ବୈଠକରେ ହିଞିଳିକାଟୁ ପୌରପରିଷଦର ୱାର୍ଡ଼ ସଭ୍ୟ, ସଭ୍ୟା ମାନେ ଉପସ୍ଥିତ ଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବ୍ଳକ ଅଧ୍ୟକ୍ଷା ସରସ୍ୱତୀ ସେଠିଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବୈଠକରେ ହିଞ୍ଜିଳିକାଟୁ ବ୍ଳକର ସମସ୍ତ ସରପଞ୍ଚ ଓ ଜିଲ୍ଲା ପରିଷଦ ସଭ୍ୟ ମାନଙ୍କୁ ନେଇ ସମାନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।


