ନିର୍ଭର ଅନୁଷ୍ଠାନର ସପ୍ତଦଶ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ନେଟଙ୍ଗା ସ୍ଥିତ ମାଆ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ( ନିର୍ଭର ) ଅନୁ୍ଷ୍ଠାନର ସପ୍ତଦଶ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ମୁଖ୍ୟ ଅଭିମନ୍ୟୁ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ବାଲୁଙ୍କେଶ୍ୱର ଷଡ଼ଙ୍ଗୀ ଯୋଗଦେଇ ଗତ କରୋନା ମହାମାରୀ ସମୟରେ ଲୋକଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ଅନୁଷ୍ଠାନ ପକ୍ଷରୁ ନିଆଯାଇଥିବା କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ I ସେହିପରି ମୁଖ୍ୟ ବକ୍ତା ରୂପେ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ବି ଗୋବିନ୍ଦ ରାଓ ଯୋଗ ଦେଇ ଶିଶୁ ମାନଙ୍କର ଚରିତ୍ର ଗଠନରେ ଅଭିଭାବକମାନଙ୍କ କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ I ଅନୁଷ୍ଠାନ ସମ୍ପାଦକ ଦୂର୍ଗା ପ୍ରସାଦ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ I ଏହି ଅବସରରେ କୁନି କୁନି ଛାତ୍ରଛାତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା I କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟଙ୍କ ସମେତ ସମସ୍ତ ଗୁରୁଜୀ, ଗୁରୁମା ,କର୍ମକର୍ତ୍ତା ଏବଂ ଅଞ୍ଚଳବାସୀ ପୂର୍ଣ୍ଣ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ