ନିର୍ମାଣ ଶ୍ରମିକ ପଞ୍ଜିକରଣ ଓ ପରିଚୟ ପତ୍ର ବଂଟନ ମେଳା

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍) : ଛତ୍ରପୁର ବ୍ଲକ୍ ସମ୍ମିଳନୀ କକ୍ଷ ଠାରେ ଛତ୍ରପୁର ଜିଲ୍ଲା ଶ୍ରମ ବିଭାଗ ଏବଂ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ବିଡ଼ିଓ ଅମ୍ବିକା ପ୍ରସାଦ ଦାସ ଓ ଛତ୍ରପୁର ଜିଲ୍ଲା ଶ୍ରମ ଅଧିକାରୀ ଶିବ ନାରାୟଣ ସାହୁଙ୍କ ମିଳିତ ସଂଯୋଜନାରେ ନିର୍ମାଣ ଶ୍ରମିକ ପଞ୍ଜିକରଣ ଓ ପରିଚୟ ପତ୍ର ବଂଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୧୦୩ଜଣ ନିର୍ମାଣ ଶ୍ରମିକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରିିବା ସହ ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠିରୁ ମିଳୁଥିବା ବିଭିନ୍ନ ସହାୟତା ଉପରେ କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁର ବ୍ଲକ୍ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡି , ଉପାଧ୍ୟକ୍ଷା ଅମିତା ସାହୁ, ଛତ୍ରପୁର ବିଡିଓ ଶ୍ରୀ ଦାସ, ଛତ୍ରପୁର ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସାହୁଙ୍କ ସମେତ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ବ୍ଲକ୍ କର୍ମଚାରୀ ଓ ଶ୍ରମ ବିଭାଗର କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ