ନିଳାଚଳ ଇସ୍ପାତ ନିଗମରୁ ପୁଞ୍ଜି ପ୍ରତ୍ୟାହାର କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ – ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ଓଡ଼ିଶାର କଳିଙ୍ଗନଗରରେ ଥିବା ନିଳାଚଳ ଇସ୍ପାତ ନିଗମ (ଏନଆଇଏନଏଲ)ରେ କେନ୍ଦ୍ର ସରକାର ପୁଞ୍ଜି ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ନେଇଛନ୍ତି । ଏସବୁ ଉଦ୍ୟୋଗ ଗୁଡିକ ହେଲେ ଏମଏମଟିସି, ଭେଲ୍, ଏନଏମଡିସି ଓ ମେକନ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ବିଗତ କିଛି ବର୍ଷ ଧରି କ୍ଷତିରେ ଚାଲୁଥିବା ଏନଆଇଏନଏଲ ହେଉଛି ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ମିଳିତ ଉଦ୍ୟୋଗ । ଏଥିରେ ଓଡ଼ିଶା ସରକାରଙ୍କ କମ୍ପାନି ଇପିକଲ ଓ ଓଏମସିର ମଧ୍ୟ ଅଂଶଧନ ରହିଛି । ଅନ୍ୟପକ୍ଷରେ କେନ୍ଦ୍ର କ୍ୟାବିନେଟ ଖଣିଜ ଆଇନ( ସଂଶୋଧନ) ଅଧ୍ୟାଦେଶକୁ ମଞ୍ଜୁରୀ ଦେଇଛି ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ