ନିଳୋକ ହାଇସ୍କୁଲରେ ଜଳ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ

ବନ୍ତ, (ଯୁଗାବ୍ଦ ନ୍ୟୁଜ୍) : ଗୁରବାର ବନ୍ତ ବ୍ଲକ ନିଳୋକ ହାଇସ୍କୁଲ ପକ୍ଷରୁ ଜଳ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନେ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଦେଇ ବଜାର ପରିକ୍ରମା କରିଥିଲେ । ପ୍ରଧାନ ଶିକ୍ଷକ ଶୋଭେନ୍ଦ୍ର କୁମାର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା ସଭାରେ ଶିକ୍ଷକ ସୁଧାକର ପଣ୍ଡା, ସନାତନ ନାୟକ, ପର୍ଶୁରାମ ନାୟକ, ଶିକ୍ଷୟିତ୍ରୀ ସୁରଜିତା ବାଇ, ସ୍ୱୟଂପ୍ରଭା ନାୟକ ପ୍ରମୁଖ ଯୋଗ ଦେଇ ଜଳ ସଂରକ୍ଷଣ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ