ନୂଆଗଡ ବ୍ଲକ ଅନ୍ତର୍ଗତ ବଡପଦା ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପାରଳାଖମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ବଡପଦା ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍କୁଲ ଛାତ୍ର ଛାତ୍ରୀଙ୍କ ପାଇଁ ଏକ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ଏହି ଚକ୍ଷୁ ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ପ୍ରଦୀପ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ l ତିନଟି ସ୍ଥାନ ସମ୍ବଲପୁର, କିରମା, ଓ ସାରଳାପଦର ସି ଆର ସି ଅଧୀନରେ ଥିବା୩୦ଟି ସ୍କୁଲର ୧୭୫ଛାତ୍ର ଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା l ଏହି ସମସ୍ତ କାର୍ଯ୍ୟକୁ ବଡପଦା ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ ସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଗୀତାରଣୀ ପାଣିଗ୍ରାହୀ ପରିଚାଳନା କରିଥିଲେ l ଏହି ଚକ୍ଷୁ ପରୀକ୍ଷା ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ନୂଆଗଡ ବ୍ଲକର ଏବିଓ, ବ୍ଲକ ଉପାଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟତ୍ରୀ, ସିଆରସି ଏବଂ ସ୍ବାସ୍ଥ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ