ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଛତ୍ରପୁର ବ୍ଲକ ଅନ୍ତର୍ଗତ ୧୪୫୧ ଜଣ ନୂତନ ହିତାଧିକାରୀଙ୍କୁ ନୂଆ ଓ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଛି । ଏନେଇ ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଶିବିର ଆୟୋଜନ କରାଯାଇଛି । ଛତ୍ରପୁର ବିଡିଓ ସୁଶାନ୍ତ କୁମାର ବରାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସ, ଉପାଧ୍ୟ ଏସ. ସାରଦା ରେଡ୍ଡୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରିଣୀ କଲ୍ୟାଣୀ ଦାସ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣି ପି. ପଦ୍ମା ଉପସ୍ଥିତ ରହି ହିତାଧିକାରୀ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ । ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଜଗନ ସେନାପତି କାର୍ଯ୍ୟକ୍ରମ ପରିଚାଳନାରେ ସହ ଯୋଗ କରିଥିଲେ ।


