ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ
ଛତ୍ରପୁର: ଶ୍ରୀରାମନଗରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅନୁଷ୍ଠାନର ସଭାପତି ରଜନୀକାନ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଆଇନଜୀବୀ ତଥା ସମାଜସେବୀ ଦିଲ୍ଲୀପ କୁମାର ପଟ୍ଟନାୟକ ଯୋଗ ଦେଇ ଶିଶୁଙ୍କୁ ମାର୍ଗଦର୍ଶନ ଦେଇଥିଲେ । ବରିଷ୍ଠ ଆଚାର୍ଯ୍ୟ ବିନୋଦ କୁମାର ମିଶ୍ର, ଅନୁଷ୍ଠାନର ଉପସଭାପତି ପଦ୍ମଚରଣ ସାହୁୂ, କୋଷାଧ୍ୟକ୍ଷ ଏ.ରାବଣା ରାଓ ପ୍ରମୁଖ ଯୋଗ ଦେଇ ଶିଶୁମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଅନୁଷ୍ଠାନର ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାସ ଅତିଥିମାନଙ୍କ ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶେଷରେ ଆଚାର୍ଯ୍ୟ ସୁଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ପ୍ରଦାନ କରାଯାଇଥିଲା ।


