ନେହୁରୁ ଯୁବ କେନ୍ଦ୍ର ତରଫରୁ ଜିଲ୍ଲାସ୍ତରୀୟ ସ୍ପୋର୍ଟସ ମିଟ୍

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଆଜି ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସ୍ପୋର୍ଟସ ମିଟ୍ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ୫ଗୋଟି ବ୍ଲକ ଯଥା କାଶୀନଗର, ରାୟଗଡ, ଗୋଷାଣୀ, ଆର୍‌.ଉଦୟଗିରି, ମୋହନା ଆଦି ବ୍ଲକସ୍ତରରେ ସଫଳ ହୋଇ ଆସିଥିବା ପ୍ରତିଯୋଗୀମାନେ ଯୋଗ ଦେଇଥିଲେ । ଏଥିନେଇ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଦିଲ୍ଲିପ କୁମାର ମହାରଣା, ସମ୍ମାନିତ ଅତିଥି ଭାବେ ଡେପୁଟି କଲେକ୍ଟର ନଟବର ଗରଡା ଯୋଗଦେଇ ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କାର ସହ କପ୍‌, ସିଲ୍‌, ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ନେହେରୁ ଯୁବ କେନ୍ଦ୍ରର ଯୁବ ଅଧିକାରୀ ବିଜୟ କୁମାର ମହାପାତ୍ର ପରିଚାଳନା କରିଥିବା ବେଳେ କେନ୍ଦ୍ରର ପ୍ରଶିକ୍ଷିକା ମୋହିନୀ ପ୍ରଧାନଙ୍କ ସମେତ ଯୁବ ସଂଘର ସ୍ୱେଚ୍ଛାସେବୀମାନେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ