ନେୟୀ ଶୋଚ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ସାରୋ ଠାରେ ନେୟୀ ଶୋଚ ସାମାଜିକ ସଂଗଠନ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ସରପଞ୍ଚ ଲକ୍ଷ୍ମୀପ୍ରିୟଦର୍ଶନୀ ଭାରତୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଗାଁରେ ସାମାଜିକ ଦୂରତା ମଧ୍ୟରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା । କାର୍ଯ୍ୟକ୍ରମରେ ନେୟୀ ଶୋଚ ପରିବାର ପକ୍ଷରୁ ସମସ୍ତ ସଭ୍ୟ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ