ପଢ଼ିଆରିପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ହାଟଡିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ପଢ଼ିଆରିପଲ୍ଲୀ ଉଚ୍ଚ ପ୍ରାତମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ପୁର୍ବତନ ପ୍ରଧାନ ଶିକ୍ଷକ ପ୍ରଫୁଲ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାଷ୍ରିକ କ୍ରୀଡା ପ୍ରତିଯୋଗୀତାକୁ ଉଦଘାଟନ କରିଥିଲେ । ଶୁକ୍ରବାର ଦିନ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ନାଥ ରାଉତ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଢ଼ିଆରିପଲ୍ଲୀ ପଞ୍ଚାୟତର ସରପଞ୍ଚ ଅଜିତ କୁମାର ରାଉତ, ମୋ ସ୍କୁଲ ଅଭିଯାନର ସଭାପତି ବୃନ୍ଦାବନ ରାଉତ, ପ୍ରମୋଦ କୁମାର ରାଉତ, ସିଆରସିସି ରବିନାରୟଣ ଦାସ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ । କୃତ୍ତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ବିଦ୍ୟାଳୟର ଶିକ୍ଷୟତ୍ରୀ ଲିସାମୁଦ୍ରା ସାହୁ, ଶିକ୍ଷକ ଜଗନ୍ନାଥ ସାହୁ ଖେଳ ପରିଚାଳନା କରିଥିବାବେଳେ ଶିକ୍ଷୟତ୍ରୀ ବିଶ୍ୱଜିତା ରାଉତ ବାର୍ଷିକ ବିବରଣୀ ପାଠ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ