ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ଡିଗ୍ରୀ ମହାବିଦ୍ୟାଳୟରେ ଇତିହାସ ବିଭାଗର ଆଲୋଚନା ଚକ୍ର ଅନୁଷ୍ଠିତ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଇତିହାସ ବିଭାଗର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ସୁର୍ଯ୍ୟ ନାରାୟଣ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ର ରେ ଗୌତମ ବୁଦ୍ଧଙ୍କ ଜୀବନୀ ଉପରେ ଆଲୋଚନା ହୋଇଥିଲା । ପ୍ରାରମ୍ଭରେ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ରାଜେଶ କୁମାର ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିବା ସହ ଗୌତମ ବୁଦ୍ଧଙ୍କ ନିତୀ ଆଦର୍ଶ ଉପରେ ଆଲୋକପାତ କରିଥିଲେ । ମହାବିଦ୍ୟାଳୟର ରାଜନିତୀ ବିଜ୍ଞାନ ବିଭାଗର ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା ଯୋଗ ଦେଇ ଗୌତମ ବୁଦ୍ଧଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ଅର୍ଥନିତୀ ବିଜ୍ଞାନ ବିଭାଗର ଅଧ୍ୟାପିକା ସୁବ୍ରତା ପଢିହାରୀ, ଅଧ୍ୟାପକ ରାମ ଚନ୍ଦ୍ର ପୋଇ ପ୍ରମୁଖ ମଂଚାସୀନ ଥିବା ବେଳେ ବହୁ ଛାତ୍ର ଛାତ୍ରୀ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ