ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୩୫ତମ ଜୟନ୍ତୀ ପାଳନ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ୍):ସ୍ଥାନୀୟ ପଣ୍ଡିତ ନୀଳକଣ୍ଠ ଉକ୍ରଳଏକାଡ଼େମୀ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ୧୩୫ତମ ଜୟନ୍ତୀ ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଗୁଣଗାନ କରିବା ସହ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଭଲ ପାଠ ପଢି ସୁନାଗରିକ ହେବା ନିମନ୍ତେ ପରାମର୍ଶ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଛତ୍ରପୁର ବ୍ଲକ୍ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡି ଯୋଗଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷାବିତ କୃପାସିନ୍ଧୁ ପଣ୍ଡା, ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ରାଜେନ୍ଦ୍ର କୁମାର ଦାଶ , ଅଧ୍ୟାପିକା ନିଖିଳ ପ୍ରଭା ମିଶ୍ର, ଅଧ୍ୟାପକ ସୂର୍ଯ୍ୟ ନାରାୟଣ ଡ଼ାକୁଆ, ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡାଙ୍କ ସମେତ ବହୁ ଅଧ୍ୟାପକ ଓ ଛାତ୍ରମାନେ ଯୋଗ ଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଉପରେ କହିଥିଲେ । ଏହି ଦିବସ ଅବସରରେ ମହାବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୯ଜଣ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ବଣ୍ଟନ କରାଯାଇଥିଲା । ଶେଷରେ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ଡ଼ାକୁଆ ଧନ୍ୟବାଦ ଦେଇଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ