ପତ୍ରାପାଲି ସ୍କୁଲରେ ବାର୍ଷିକ ଉତ୍ସବ ପାଳିତ

କୁଚିଣ୍ଡା, (ରିଙ୍କୁ କୁସୁମ):ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଳକ ଅନ୍ତର୍ଗତ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟ ପତ୍ରାପାଲି ରେ ମହା ସମାରୋହରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ନାଏକ ଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମ ରେ, କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ର ପୁର୍ବତନ ବିଧାୟକ କିଶୋର ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣାବଳି ର ବିକାଶ ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ବିରଞ୍ଚିନାରାୟଣ ଦର୍କା ଉପସ୍ଥିତ ରହି ବଣ ମଲ୍ଲି ନ ହୋଇ ବଗିଚାର ମଲ୍ଲି ହେବାପାଇଁ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧିତ କରିଥିଲେ, ଏହା ଛଡ଼ା ସେ କହିଥିଲେ ଯେ, ବିଫଳତା ହିଁ ସଫଳତାର ଶୀର୍ଷକୁ ପହଞ୍ଚାଇଥାଏ। ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲଲିତ ମୋହନ ପୃଷେଠ, ବ୍ରଜମୋହନ ଦେହୁରୀ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ନାଏକ, ବାସନ୍ତୀ ବାରିକ,ସମବାୟ ବିଭାଗର ସହକାରୀ ନିବନ୍ଧକ ଭବାନୀ ଶଙ୍କର ନାଏକ,ପାରୁଆଭାଡି ଗ୍ରାମ ପଞ୍ଚାୟତ ସରପଞ୍ଚ ସୁବାସିନୀ ଧାନ, ବିଦ୍ୟାଳୟ ପରିଚାଳନା ସଭାପତି ଭକ୍ତବନ୍ଧୁ ପୃଷେଠ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ କୃତ୍ତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଅନନ୍ତ କିସାନ ପରିଚାଳନା କରିଥିବାବେଳେ ,ସହକାରୀ ଶିକ୍ଷୟିତ୍ରୀ କଲ୍ୟାଣି ବାଘ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପଠନ ସହ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ