ପଥ ମହୋତ୍ସବ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ) : ଚଳିତ ମାସରେ ହିଂଜିଳିକାଟୁ ପୌରାଂଚଳରେ ଅନୁଷ୍ଠିତ ହେବାକୁ ଥିବା ଶ୍ରେଷ୍ଠ ହିଞ୍ଜିଳିକାଟୁ ଓ ପଥ ମହୋତ୍ସବ କାର୍ଯ୍ୟକ୍ରମ ସକାଶେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅପରାହ୍ନରେ ପୌରପରିଷଦ କାର୍ଯ୍ୟାଳୟ ସଭାକକ୍ଷ ଗୃହରେ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁଙ୍କଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୋ ସହର ଶ୍ରେଷ୍ଠ ହିଂଜିଳିକାଟୁ କାର୍ଯ୍ୟକ୍ରମ ୩ଦିନ ଧରି ଅନୁଷ୍ଠିତ ହେବା ସହ ପଥ ମହୋତ୍ସବ କାର୍ଯ୍ୟକ୍ରମ ଗୋଟିଏ ଦିନ ପାଇଁ ଅନୁଷ୍ଠିତ ହେବ ବୋଲି ବୈଠକରେ ସ୍ଥିର କରାଯାଇଥିଲା । ଶ୍ରେଷ୍ଠ ହିଂଜିଳିକାଟୁ କାର୍ଯ୍ୟକ୍ରମ ୩ ଦିନ ମଧ୍ୟରେ ପୌରାଂଚଳର ବିଭିନ୍ନ ୱାର୍ଡ଼ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଚତୁର୍ଥ ଦିବସରେ ପଥ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ଲାଗି ବୈଠକରେ ସ୍ଥିର କରାଯାଇଥିଲା । କାର୍ଯ୍ୟକ୍ରମରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ବିଭିନ୍ନ ଜନ ସଚେତନତାତ୍ମକ କାର୍ଯ୍ୟକ୍ରମ କରାଯିବ । ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ଗୋପିନାଥ କୁଅଁର, ଥାନା ଆଇଆଇସି ଅଭିମନ୍ୟୁ ଦାସ, ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ଲବ ନାୟକ, ସିଡ଼ିପିଓ ଶୁଭଶ୍ରୀ ପାତ୍ର, ପୂର୍ବତନ ବିଧାୟକ ହରିହର ସାହୁ, ମୁଖ୍ୟମନ୍ତ୍ରୀଙ୍କ ପୌରାଂଚଳ ପ୍ରତିନିଧି ସଂଜୟ କୁମାର ପଣ୍ଡା, ଆସିକା ସାଂସଦଙ୍କ ବ୍ୟକ୍ତିଗତ ସହାୟକ ନିଳମଣି ପଟ୍ଟନାୟକ, ନଗର ବିଜେଡ଼ି ସଭାପତି ଭୀମସେନ ବେହେରା, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ପୂର୍ବତନ ନଗରପାଳ ହୃଦୟାନନ୍ଦ ମହାପାତ୍ର, ପୂର୍ବତନ ଉପନଗରପାଳ ପବିତ୍ର ମୋହନ ପାଣିଗ୍ରାହୀ, ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ଷ୍ଟେଟବ୍ୟାଙ୍କ ଶାଖା ପରିଚାଳକ ସତ୍ୟାଶିଷ ପଟ୍ଟନାୟକ, ଡ଼ିସିବି ବ୍ୟାଙ୍କ ଶାଖା ପରିଚାଳକ ପ୍ରଶାନ୍ତ ସାହୁ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବାନନ୍ଦ ମହାପାତ୍ର, ବିଜେପି ନଗର ସଭାପତି ମାଧବ ଗୌଡ଼, ଅଜୟ ମହାରଣା, ଛାତ୍ର ବିଜେଡ଼ି ସଭାପତି ରିଙ୍କୁ ପଣ୍ଡା, ତ୍ରିରଙ୍ଗା ଯୁବକ ସଂଘ, ଡ଼ିସକଭରି ସଂଘ, ବହୁ ଜନ ପ୍ରତିନିଧି, ବହୁ ବିଭାଗୀୟ ଅଧିକାରୀଙ୍କ ସମେତ ସହରର ବହୁ ବୁଦ୍ଧିଜୀବି ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ