ପଦାର୍ଥ ବିଜ୍ଞାନ ଓ ରସାୟନ ବିଭାଗର ଆଲୋଚନା ଚକ୍ର ଓ ସ୍ୱାଗତ ଉତ୍ସବ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଓ ରସାୟନ ବିଭାଗର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଡ ଗିରିଧର ନାୟକ ଏବଂ ଡ. ରବିନାରାୟଣ ପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି I ଏହି ଉତ୍ସବରେ ଗାଙ୍ଗପୁର ଶରତ ଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଏବଂ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାସଚନ୍ଦ୍ର ସାମଲ ମୁଖ୍ୟ ବକ୍ତା ରୂପେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଏବଂ ଭବିଷ୍ୟତରେ ଭଲ ମଣିଷ ରୂପେ ନିଜକୁ ପ୍ରସ୍ତୁତି କରିବା ପାଇଁ ବକ୍ତବ୍ୟ ରଖିଥିଲେ I ଏହି ଅବସରରେ ଉଭୟ ବିଭାଗର ପାଠଚକ୍ର ଅନୁଷ୍ଠିତ ହୋଇଥିଲା ଏବଂ ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ଶୀର୍ଷ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା I କାର୍ଯ୍ୟକ୍ରମରେ ଡ ସଂଜୀବ କୁମାର ଦାଶ ଏବଂ ସଞ୍ଜୟ କୁମାର ପଣ୍ଡା ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଶ୍ରୀନିବାସ ତ୍ରୀପାଠୀ, ତପନ କୁମାର ତ୍ରିପାଠୀଙ୍କ ସମେତ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ବିଭାଗୀୟ ଛାତ୍ରଛାତ୍ରୀ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ