ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ସଭା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ଡିସେମ୍ବର ୩୧ ତାରିଖ ଦିନ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ହରେକୃଷ୍ଣ ନାୟକ ସ୍ୱାଗତ ସଭାରେ ଅଧ୍ୟକ୍ଷତା କରିଥିଲେ। ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଅତିଥି ଭାବେ ଅଧ୍ୟାପକ ଡ଼ଃ ପ୍ରଦୀପ କୁମାର ସାହୁ, ଅଧ୍ୟାପକ ଅକ୍ଷୟ କୁମାର ସାହୁ ଓ ମୁଖ୍ୟ କିରାଣି କିଶୋର ଚନ୍ଦ୍ର ନାୟକ ଯୋଗଦେଇଥିଲେ। ମହାବିଦ୍ୟାଳୟର ନିୟମ ମାନିବା ସହ ଭଲଭାବେ ଅଧ୍ୟୟନ କରି ଉତ୍ତମ ନାଗରିକ ହେବାପାଇଁ ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ପ୍ରଦାନ କରିଥିଲେ। ଅଧ୍ୟାପିକା ଅନିତା ଦେବୀ, ଭି.ସନ୍ତୋଷିନୀ ରାଜୁ ଓ ରଶ୍ମିତା ମିଶ୍ର ଏବଂ ବିଭାଗୀୟ କର୍ମଚାରୀ ଭଜରାମ ପାଢ଼ୀ ଓ ସୁରଜ କୁମାର ଡାକୁଆ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ। ପ୍ରଥମ ବର୍ଷ ଛାତ୍ରଛାତ୍ରୀ ବୃନ୍ଦ ନିଜର ପରିଚୟ ପ୍ରଦାନ କରିଥିବା ବେଳେ ଦ୍ଵିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ବୃନ୍ଦ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ। ଶେଷ ବର୍ଷର ଛାତ୍ରୀ ତପସ୍ୱିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ