ପବ୍ଲିକ ସ୍କୁଲଠାରେ ଜିଲ୍ଲାସ୍ତରୀୟ ଗାନ୍ଧି ଜୟନ୍ତୀ ପାଳନ
ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍):ସ୍ଥାନୀୟ ପବ୍ଲିକ ସ୍କୁଲଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଗାନ୍ଧି ଜୟନ୍ତୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଂଚି ନାରାୟଣ ପ୍ରଧାନଙ୍କ ସଂଯୋଜନାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ପ୍ରମୁଖ ଯୋଗ ଦେଇ ଗାନ୍ଧିଜୀଙ୍କ ଗୁଣଗାନ କରିଥିଲେ । ଶେଷରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ବଂଟନ କରାଯାଇଥିଲା ।


