ପରଲୋକରେ ବିଜେଡି ବିଧାୟକ ବିଷ୍ଣୁ ଦାସ

ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ ହୋଇଯାଇଛି। ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ସେ ଛାତ୍ର ଜୀବନରୁ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ସେ ଜଣେ ଉତ୍ତମ ସଂଗଠକ ମଧ୍ୟ ଥିଲେ । ୧୯୯୦ରୁ ଜଗତସିଂହପୁର ବିଧାନସଭା ଆସନରୁ ସେ ଲଗାତର ଭାବେ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଶେଷ ଥର ୨୦୧୪ରେ ସେହି ଜଗତସିଂହପୁର ଆସନରୁ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କଠାରୁ ପରାଜିତ ହୋଇଥିଲେ । ତାଙ୍କ ଦେହାନ୍ତରେ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କ ପରଲୋକ ଖବର ଶୁଣି ଗଭୀର ଦୁଃଖ ପ୍ରକାଶ କରିବା ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ