ପରଲୋକରେ ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ

ଭୁବନେଶ୍ୱର,(ୱାଇଏନ୍ଏସ୍): ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ | ପ୍ରଦୀପ ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଓ ବିଜୁ ବାବୁଙ୍କ ପୁରାତନ ସହଯୋଗୀ ଥିଲେ ।  ନିଜର ଦୃଢ ସଙ୍ଗଠନ କ୍ଷମତା ଲାଗି ସେ ବେଶ୍ ପରିଚିତ । ଏଥିଲାଗି ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା । ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ । ତାଙ୍କ ବିୟୋଗରେ ପିପିଲି ବାସୀଙ୍କ ସହ ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଶୋକ ପ୍ରକାଶ କରିଥିଲେ |

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ