ପରିଚାଳନା କମିଟି ଗଠନ ସହ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଳାବନ୍ଧ ପଞ୍ଚାୟତର ସୋଲଣ୍ଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ନିର୍ବାଚନ ହେବାସହ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଉମା ଶଙ୍କର ଜେନା ମୁଖ୍ୟ ଅତିଥି ଓ ସମିତି ସଭ୍ୟ ଜିତେନ୍ଦ୍ର କୁମାର ସ୍ୱାଇଁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟ ସଭାପତି ଭାବେ ସତ୍ୟନାରାୟଣ ଭୂୟାଁ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ। ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ବିଦ୍ୟାଳୟର ଛାତ୍ରୀ ମନସ୍ପିନୀ ପଣ୍ଡା ବ୍ଲକ ସ୍ତରରେ ପଞ୍ଚମ ସ୍ଥାନ ଅଧିକାର କରି ବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ଯୋଗୁଁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ସନ୍ୟାସୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ