ପରିବାରବର୍ଗଙ୍କୁ ହସ୍ତାନ୍ତର କଲା ଛତ୍ରପୁର ପୋଲିସ୍

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁର ଥାନା ଅଂଚଳରେ ଜଣେ ନିଖୋଜ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ୍ । ପରେ ଯୁବତୀଙ୍କ ପରିବାରଙ୍କୁ ହସ୍ତାନ୍ତର କରାଯାଇଛି । ଥାନା ଅଂଚଳରେ ଜଣେ ଯୁବତୀ ନିଖୋଜ ହୋଇଥିବା ନେଇ ପରିବାର ପକ୍ଷରୁ ଥାନାରେ ୩୧/୨୦୨୨ ରେ ଏକ ମାମଲା ରୁଜୁ ହୋଇଥିଲା । ଛତ୍ରପୁର ଥାନା ଅଧିକାରୀ ସତ୍ୟ ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ୍ କର୍ମଚାରୀ ମାନେ ବିଭିନ୍ନ ସ୍ଥାନରେ ଅନୁସନ୍ଧାନ କରିବା ପରେ ନିଖୋଜ ଯୁବତୀଙ୍କୁ ଠାବ କରିଥିଲେ । ଉଦ୍ଧାର ହୋଇଥିବା ଯୁବତୀଙ୍କୁ ତାଙ୍କ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ନେଇ ଗଞ୍ଜାମ ପୋଲିସ୍ ମୁଖ୍ୟାଳୟ ପକ୍ଷରୁ ଟୁଇଟ ଯୋଗେ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ