ପଶ୍ଚିମବଙ୍ଗ ଦମ୍ପତି ଙ୍କ ଗଜପତି ରୁ ୨୯ତମ ପୋଷ୍ୟ ସନ୍ତାନ ଗ୍ରହଣ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୯ତମ ଶିଶୁକୁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ରାଜ୍ୟର ହୁଗୁଳି ଜିଲ୍ଲାର ଗୋଟିଏ ଦମ୍ପତି ଙ୍କୁ ହସ୍ତାନ୍ତର କରିଛନ୍ତି।ଗତ ଲକ୍ଡାଉନ ଓ ସଟଡାଉନ ସମୟରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ପରିତ୍ୟକ୍ତ ଓ ସମ୍ର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କ ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକ ମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲମ ପାରଳାଖେମୁଣ୍ଡି ରେ ରଖାଯିବା ସହ ସେମାନଙ୍କ ଏଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ କେନ୍ଦ୍ରର ପୋର୍ଟାଲ ରେ ଅପଲୋଡ କରାଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ।ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେ କୌଣସି ଦମ୍ପତି ଙ୍କ ପାଖକୁ ଯାଇପାରିବ ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ଏକ ପୁତ୍ର ସନ୍ତାନ ପାଇଁ ଅନଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ।ଉପରୋକ୍ତ ଦମ୍ପତି ଶାରୀରିକ ଭାବେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ।ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟଗଜପତି ପ୍ରସ୍ତୁତ କରିଥିଲେ।ଏବଂ ଏହି ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ପଶ୍ଚିମବଙ୍ଗ ଦମ୍ପତି ଙ୍କୁ ହସ୍ତାନ୍ତର କରାଯାଇଅଛି । ଶିଶୁଟି ପୁତ୍ର ସନ୍ତାନ ହୋଇଥିବା ବେଳେ ତାର ବୟସ ଏକ ବର୍ଷ।ଶିଶୁଟିକୁ ପାଇ ଦମ୍ପତି ବେସ ଖୁସିଥିବା ଦେଖାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ