ପଶ୍ଚିମବଙ୍ଗ ର ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୪୦ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ଲାଳନ ପାଳନ କରିବାରେ ଅସମର୍ଥ ଏକ ଶିଶୁକୁ ଜନୈକ ପରିବାର ଶିଶୁ ମଙ୍ଗଳ ସମିତିକୁ ସମର୍ପଣ କରିଦେଇଥିଲେ । ଉକ୍ତ ଶିଶୁର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର Nissan Shalom, ପାରଳାଖେମୁଣ୍ଡି ରେ ରଖାଯିବା ସହ ଶିଶୁଙ୍କୁ Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତି ମୁହୂର୍ତ୍ତରେ ଉକ୍ତ ଶିଶୁକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହା ଦ୍ବାରା ଶିଶୁ ଜଣଙ୍କ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ୪ ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ପଶ୍ଚିମବଙ୍ଗ ର ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁକନ୍ୟାକୁ ପଶ୍ଚିମବଙ୍ଗ ର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଜଣକ କନ୍ୟାରତ୍ନ ହୋଇଥିଲାବେଳେ ତାଙ୍କର ର ବୟସ ମାତ୍ର ୩ ମାସ ହୋଇଥିଲା। ଶିଶୁକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁକଲ୍ୟାଣ ସମିତି ର ଅଧକ୍ଷ୍ୟ ଡ଼. ଅଶ୍ବିନି କୁମାର ମହାପାତ୍ର, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ପଣ୍ଡା, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ