ପାନୀୟ ଜଳ ଯୋଗାଣ ପାଇଁ ସମୀକ୍ଷା ବୈଠକ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :-ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଭଣ୍ଡାରିପୋଖରୀ ବ୍ଲକ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକଙ୍କ ପ୍ରତିନିଧି ଇଂ ପ୍ରୟାସକାନ୍ତି ସାମଲ ଯୋଗଦେଇ ବସୁଧା ଯୋଜନାରେ ପାନୀୟ ଜଳ ପ୍ରକଳ୍ପ ଗୁଡିକୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବା ସହ ଅଚଳ ନଳକୂପ ଗୁଡିକୁ ମରାମତ ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ବିଡ଼ିଓ ଦେବଦତ୍ତ ଦାସ, ତହସିଲଦାର ସରୋଜକାନ୍ତ ନାୟକ,ସାଂସଦ ପ୍ରତିନିଧି ଲଳିତ କୁମାର ରାଉତ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ଉତ୍କଳ କେଶରୀ ମହାନ୍ତି, ପାନୀୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଭାଗିରଥି ଦାସ, ଦିବାକର ସାହୁ, ଦେବେନ୍ଦ୍ର ଦାସ ପ୍ରମୁଖ ଯୋଗଦେଇଥିଲେ।