ପାରଳାଖେମୁଣ୍ଡି ଆଦର୍ଶ ଥାନା ପରିସରରେ ଦଶହରା ପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ନେଇ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରେ ଦଶହରା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ସହରର ବିଭିନ୍ନ ସ୍ଥାନରେ ଚାଲିଥିବା ଦଶହରା ମେଢ଼ର ଆୟୋଜକ ମାନଙ୍କ ଉପସ୍ଥିତିରେ ଏକ ବୈଠକ ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟତଃ ଦଶହରା ପୂଜା ସମୟରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଉପସ୍ଥିତ ଥିବା ପୂଜା କମିଟିର କର୍ମକର୍ତ୍ତା ମାନଙ୍କୁ ଅନୁରୋଧ କରିଥିଲେ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଡି ଏସପି ପ୍ରମୁଖ ଉପସ୍ଥିତ ଥିଲେ l