ପାରଳାରେ ଛତୁ ଚାଷ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ୱାରା ଗୁମ୍ମା ବ୍ଲକ ଅଜୟଗଡ ପଞ୍ଚାୟତ ଅନ୍ତର୍ଗତ ଡିପିସିଙ୍ଗ ଗ୍ରାମରେ ଛତୁ ଚାଷ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସେରଙ୍ଗ ସ୍ଥିତ ଜନକଲ୍ୟାଣ ପ୍ରତିଷ୍ଠାନ ସ୍ୱେଚ୍ଛାସେବୀ ଅନୁଷ୍ଠାନର ସହାୟତାରେ ଅଜୟଗଡ ଗ୍ରାମ ପଞ୍ଚାୟତର ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀର ୩୦ଜଣ ମହିଳାମାନେ ଏହି ଛତୁ ଚାଷ ତାଲିମ କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି । ଉକ୍ତ ଚାଷ ୧୦ ଦିନ ଧରି ଚାଲୁ ରହିବ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଥିବାବେଳେ ଜନ କଲ୍ୟାଣ ପ୍ରତିଷ୍ଠାନର ଟିମ୍ ଲିଡର ବ୍ୟୁଟି ଲିମ୍ମା ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଶେଷରେ ଅନୁଷ୍ଠାନର ପ୍ରଧ୍ୟାପକ ଦିଲ୍ଲୀପ କୁମାର ତନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


