ପାରଳାର କଂଗ୍ରେସ ପ୍ରାର୍ଥୀ ବିଜୟ ପଟ୍ଟନାୟକ ପ୍ରାର୍ଥୀପତ୍ର ଦାଖଲ କଲେ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ବିଜୟ କୁମାର ପଟ୍ଟନାୟକ ଆଜି ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି. ଶ୍ରୀ ପଟ୍ଟନାୟକ ନିଜ ସମର୍ଥକ ସହ ପାରଳାଖେମୁଣ୍ଡି ଠାରେ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଥିଲେ. ବରିଷ୍ଠ କଂଗ୍ରେସ ନେତା ବିଭୁତି ପାତ୍ର, ବସନ୍ତ ପଣ୍ଡା, ଅଭିମନ୍ୟୁ ପଣ୍ଡାଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ


