ପାରଳା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ “ଦି ସ୍ମାଇଲ” ଉନ୍ମୋଚିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ସ୍ୱାଧିନତା ଦିବସ ଅବସରରେ ‘ଦି ସ୍ମାଇଲ’ ନାମରେ ଏକ ନ୍ୟୁଜ୍ଲେଟର ଉନ୍ମୋଚିତ ହୋଇଯାଇଛି । ଏହି ନ୍ୟୁଜ୍ଲେଟରକୁ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଜଗନ୍ନାଥ ସାରକା ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଦିଲୀପ କୁମାର ମହାରଣା, ପାରଳାଖେମୁଣ୍ଡି ପୌରପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତ, ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ସରୋଜ କୁମାର ବେହେରା ପ୍ରମୁଖଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ରହିଥିଲେ । ଏହି ନ୍ୟୁଜ୍ଲେଟର ଦ୍ୱାରା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥାର ବିଭିନ୍ନ ପ୍ରକଳ୍ପର ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଆଦିର ସମସ୍ତ ତଥ୍ୟ ଏହା ଦ୍ୱାରା ସାଧାରଣଙ୍କ ନିକଟରେ ପହଞ୍ôଚ ପାରିବ ବୋଲି ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ବେହେରା ସୂଚନା ଦେଇଛନ୍ତି ।


