ପିଏମ୍ କିଷାନର ଷଷ୍ଠ କିସ୍ତି ଜାରି ଏବଂ ୧ ଲକ୍ଷ କୋଟିର କୃଷି ଭିତ୍ତିଭୂମି ପାଣ୍ଠିର ଶୁଭାରମ୍ଭ

ନୂଆଦିଲ୍ଲୀ : ଦେଶର ୮.୫ କୋଟିରୁ ଉର୍ଦ୍ଧ୍ୱ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ଆର୍ôଥକ ସହାୟତାର ଷଷ୍ଠ କିସ୍ତି ଜାରି କରିଥିବାରୁ ଏବଂ କୃଷି ଭିତ୍ତିଭୂମି ପାଣ୍ଠି ଅଧୀନରେ ୧ ଲକ୍ଷ କୋଟିର ଆର୍ôଥକ ସୁବିଧା ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ ଜରିଆରେ କହିଛନ୍ତି ଏହି ସହଯୋଗୀ ପଦକ୍ଷେପମାନ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବାରେ ସହାୟକ ହେବ, ଚାଷୀଭାଇ ମାନଙ୍କୁ ଆର୍ôଥକ ସହାୟତା ପ୍ରଦାନ କରିବ ଏବଂ ନୂଆ ଓ ଆଗାମୀ ପିଢିର ଟେକ୍ନୋଲୋଜି, ଭିତ୍ତିଭୂମି ଓ ଆଧୁନିକ କୃଷି ପ୍ରଣାଳି ମାଧ୍ୟମରେ କୃଷିଭିତ୍ତିକ ଶିଳ୍ପକୁ ଆଗେଇ ନେବାରେ ସାହାଯ୍ୟ କରିବ।ମୋଦି ସରକାରରେ କୃଷି କ୍ଷେତ୍ରରେ ନିଆଯାଇଥିବା ଗଠନମୂଳକ ଏବଂ ନୀତି ସଂସ୍କାର ଗ୍ରାମୀଣ ଅର୍ଥନୀତିକୁ ନୂଆ ରୂପ ଦେବ ଏବଂ ଏକବିଂଶ ଶତାବ୍ଦୀର ଆକାଂକ୍ଷାକୁ ପୂରଣ କରିବ।ଏହାସହ ଗ୍ରାମାଞ୍ଚଳରେ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବ ଓ କୃଷି କ୍ଷେତ୍ରରେ ଭାରତକୁ ଅଧିକ ଆତ୍ମନିର୍ଭର କରିବାରେ ସାହାଯ୍ୟ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ