ପିପିଲି ଉପନିର୍ବାଚନ : ବିଜେଡିର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁୁବନେଶ୍ୱର, ପିପିଲି ଉପନିର୍ବାଚନ ପାଇଁ ବିଜେଡିର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପିପିଲି ପ୍ରଚାର ମୈଦାନକୁ ଓହ୍ଲାଇବ ବିଜେଡି । ନବୀନଙ୍କ ସମେତ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀ ପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ସମୀର ରଞ୍ଜନ ଦାଶ, ସୁଶାନ୍ତ ସିଂ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତିରଞ୍ଜନ ଘଡାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବେମ୍ୟୋକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ ଓ ସୁଧୀର ସାମଲଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି । ଏହି ତାଲିକାରେ କୌଣସି ସିନେ ଅଭିନେତାଙ୍କୁ ସ୍ଥାନ ମିଳିନାହିଁ । ଆସନ୍ତା ୩୦ ତାରିଖରେ ପିପିଲି ଉପ-ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ଏବଂ ସେପ୍ଟେମ୍ବର ୨୦ରୁ ପ୍ରଚାର ଆରମ୍ଭ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ