ପିପୁଲସ କଲେଜ : ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜ ରାଜନୀତି ବିଜ୍ଞାନ ବିଭାଗର +୩ ତୃତୀୟ ବର୍ଷ ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଏପ୍ରିଲ ୭ ତାରିଖ ଦିନ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। କଲେଜ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଓ ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ଉଦଘାଟନ କରିଥିଲେ। ଯୁକ୍ତ ତିନି ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀ ବୃନ୍ଦ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ସହ ସେମାନଙ୍କର ଅଭିଜ୍ଞତା ପ୍ରକାଶ କରିବା ସହ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ। ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କ ଅଭିଜ୍ଞତା ପ୍ରକାଶ କରିବା ସହ ସାନ ଭାଇ ଓ ଭଉଣୀ ବୃନ୍ଦଙ୍କୁ ଉତ୍ତମ ପରାମର୍ଶ ପ୍ରଦାନ କରିଥିଲେ। ରାଜନୀତି ବିଜ୍ଞାନ ଅଧ୍ୟାପକ ବିନୋଦ କୁମାର କର ନିଜ ବକ୍ତବ୍ୟରେ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଉତ୍ତମ ଭବିଷ୍ୟତ ପାଇଁ ପ୍ରେରଣା ଦେଇଥିଲେ। ବିଭାଗର ଅନ୍ୟତମ ଅଧ୍ୟାପକ ଲୋକନାଥ ବେହେରା, ଉତ୍ତମ ନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ। ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ଏହି ଶିକ୍ଷାନୁଷ୍ଠାନ ଛାଡିବା ପରେ ଅନ୍ୟ ଅନୁଷ୍ଠାନରେ କିପରି ଆଗେଇ ଚାଲିପାରିବେ, ସେହି ବିଷୟରେ ବିଭାଗର ମୁଖ୍ୟ ଅଧ୍ୟାପକ ଶ୍ରୀ ସାହୁ ଉପଦେଶ ଦେଇଥିଲେ। ପବିତ୍ର ଖଣ୍ଡୁଆଳ ଛାତ୍ରଛାତ୍ରୀଙ୍କ ଆଗାମୀ ଭବିଷ୍ୟତ ସୁଗମ ହେବାକୁ କାମନା କରିଥିଲେ। ଶେଷରେ ଦ୍ଵିତୀୟ ବର୍ଷର ଛାତ୍ରୀ ରୋଜାଲିନ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ