ପିପୁଲସ ହାଇ ସ୍କୁଲରେ ଜାତୀୟ ଗ୍ରାମାଞ୍ଚଳ ମେଧା ବୃତ୍ତି ପରୀକ୍ଷା

ବୁଗୁଡା, (ଅନିଲ କୁମାର ମହାରଣା):ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ଜାତୀୟ ଗ୍ରାମାଞ୍ଚଳ ମେଧା ବୃତ୍ତି ପରୀକ୍ଷା ୨୦୨୧ ସମଗ୍ର ରାଜ୍ୟରେ ଡିସେମ୍ବର ୦୬ ତାରିଖ ଦିନ ଅନୁଷ୍ଠିତ ହୋଇଥିଲା। ବୁଗୁଡା ବ୍ଲକ ଛାତ୍ରଛାତ୍ରୀମାନଙ୍କ ପାଇଁ ବୁଗୁଡା ପିପୁଲସ ହାଇ ସ୍କୁଲରେ ଏହି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୨୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ୨୧୨ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୦୩ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ। ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ବୁଗୁଡା ଏବିଇଓ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ। ପରୀକ୍ଷା କେନ୍ଦ୍ରର ଅଧିକ୍ଷକ ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ ଓ ସହ ଅଧିକ୍ଷକ ଭାବେ ଶିକ୍ଷକ କାହ୍ନୁ ଚରଣ ଗୌଡ଼ କାର୍ଯ୍ୟ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରୀକ୍ଷା ନିରୀକ୍ଷକ ଭାବେ କାର୍ଯ୍ୟ ପରିଚାଳନା କରିଥିଲେ। ଶାନ୍ତି ଶୃଙ୍ଖଳା ସହ ପରୀକ୍ଷା ଶେଷ ହୋଇଥିବା ଜଣାପଡିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ