ପୁଡାମାରୀ ବିଜ୍ଞାନ ମହାବିଦ୍ୟାଳୟରେ ପାଠଚକ୍ର ଆଲୋଚନା

ଦିଗପହଣ୍ଡି  , (ଯୁଗାବ୍ଦ ନ୍ୟୁଜ) :ଦିଗପହଣ୍ଡି ନିକଟ ପୁଡାମାରୀ ବିଜ୍ଞାନ ମହାବିଦ୍ୟାଳୟରେ ବୁଧବାର ପୂର୍ବାହ୍ନରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ନିରାଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତାରେ ଗାନ୍ଧୀ ବାଦର ଆବଶ୍ୟକତା ବିଷୟ ବସ୍ତୁ ଉପରେ ଏକ ପାଠ ଚକ୍ର ଆଲୋଚନା ହୋଇଯାଇଛି । କଲେଜ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଅଧକ୍ଷ ଇ.ପ୍ରଦୀପ ପତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ପାଠଚକ୍ର କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ।  ଇଂରାଜୀ ଅଧ୍ୟାପକ ଦୂର୍ଯୋଧନ ଜେନା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅନ୍ୟ ଅଧ୍ୟାପକ ଅଧ୍ୟାପିକା ମାନେ ମଞ୍ଚାସୀନ ରହିଥିଲେ । ସଭା ଆରମ୍ଭରୁ ସମସ୍ତେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପ୍ରଦାନ କରିବା ସଙ୍ଗେ ସଙ୍ଗେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ । ଗାନ୍ଧୀ ଜୟନ୍ତୀ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରଷ୍କୃତ କରାଯାଇଥିଲା । ଗତ ତିନି ଦିନ ଧରି କଲେଜରେ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ କଲେଜ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ