ପୁଣି ଏକ ଲଘୁଚାପ : ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,(ୱାଇଏନ୍‍ଏସ୍‍):  ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଶେଷ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ଗତ ସପ୍ତାହରେ ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇ ଭିଏତନାମରେ ଧ୍ବଂସଲୀଳା ରଚାଇଥିବା ବାତ୍ୟା ଡିଆମୁ ଏବେ ଦୁର୍ବଳ ହୋଇ ବଙ୍ଗୋପସାଗର ପ୍ରବେଶ କରିଛି ଓ ଏକ ଲଘୁଚାପରେ ପରିଣତ ହୋଇଛି । ଏହି ଲଘୁଚାପ ହିଁ ଓଡ଼ିଶା ମୁହାଁ ହୋଇଛି । ଗୁଲାବ ବାତ୍ୟା ପରି ଏକ ଶକ୍ତିଶାଳୀ ନହେଲେ ବି ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସ୍କାଏମେଟ୍ କହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ