ପୁଣି ଖୋଲିଲା ଦିବଙ୍ଗତ ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ କିଶୋର ଦାସଙ୍କ ହତ୍ୟା ମାମଲା ଡାଏରୀ

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ନବ ଦାସ ହତ୍ୟା ମାମଲାରେ ଘୋଲିବ ନୂଆ ଗୁମର । ତଦନ୍ତ କରିବ କ୍ରାଇମ ବ୍ରାଞ୍ଚ । ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ। ମାର୍ଚ୍ଚ ପ୍ରଥମ ସପ୍ତାହର କୌଣସି ଦିନ ହାଜର ହେବା ପାଇଁ ନୋଟସ୍‌ ।ନବ ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ ଜାରି କରାଯାଇଛି । ତେବେ ଏହି ଘଟଣାରେ ବର୍ତ୍ତମାନ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇ ନାହିଁ । ଫାଇନାଲ ଚାର୍ଜସିଟ୍ ଦାଖଲ କରିନି କ୍ରାଇମବ୍ରାଞ୍ଚ । ଏହି ମାମଲାରେ ସିବିଆଇ ତଦନ୍ତ ଦାବି କରାଯିବା ପରେ ବୟାନବାଜି ଲାଗି ରହିଥିବା ବେଳେ କ୍ରାଇମ୍‌ବ୍ରାଞ୍ଚ ନୋଟିସକୁ ନେଇ ଚର୍ଚ୍ଚା ଜୋର ଧରିଛି । କ୍ରାଇମ୍‌ବ୍ରାଞ୍ଚର ନୋଟିସ୍‌ ପରେ ଏବେ ସବୁ ମହଲରେ ଚର୍ଚ୍ଚା ।ସୂଚନାଥାଉ ଯେ, ୨୦୨୩ ଜାନୁଆରୀ ୨୯ରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ଗୁଳି କରି ଏଏସଆଇ ଗୋପାଳ ଦାସ ହତ୍ୟା କରିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ