ପୁଣି ଜଣେ ପଜିଟିଭ, ରାଜ୍ୟରେ ମୋଟ ୧୮୦

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାରି ଭିତରେ ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ୫୭ ବର୍ଷ ବୟସ୍କ ବ୍ୟକ୍ତି ଜଣକ କୋଲକାତାରୁ ଫେରିଥିଲେ ।
ଏହାକୁ ନେଇ ଯାଜପୁରର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ଆଜି ତିନି ଜଣ ନୂତନ ଆକ୍ରାନ୍ତ ଆସିବା ପରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୬୧ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ