ପୁଣି ଦୁଇ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଳକର ଅନ୍ୟ ଦୁଇ ମୃତକଙ୍କ ପରିବାରକୁ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଭେଟି ସମବେଦନା ଜଣାଇବା ସହ ଏକ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମର ସୀମାରାଣୀ ମହାରଣାଙ୍କ ମୃତ୍ୟୁ ଖବର ଶୁଣି ମାର୍ଚ୍ଚ ୨୬ ତାରିଖ ଦିନ ସନ୍ଧ୍ୟାରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇଥିଲେ। ସେହିପରି ପୋଲସରା ବ୍ଳକ ଅନ୍ତର୍ଗତ କଲମ୍ବ ଗ୍ରାମର ପିତାମ୍ବର ପ୍ରଧାନ ଗୋଆରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଏହା ଜାଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ମନ୍ତ୍ରୀଙ୍କ ସହ ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ, ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ରନାଥ ପ୍ରଧାନ, ନରେନ୍ଦ୍ର କୁମାର ଦେବତା ପ୍ରମୁଖଙ୍କ ସମେତ ସ୍ଥାନୀୟ ଲୋକ ପ୍ରତିନିଧି ଓ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ଲୋକଙ୍କ ଅଭାବ ଅସୁବିଧା ବୁଝି ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ